ଆଜି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ବା ଜନ୍ମାଷ୍ଟମୀ । ଏଥିପାଇଁ ବିଭିନ୍ନ ମନ୍ଦିରରେ ପାଳିତ ହେଉଛି କୃଷ୍ଣ ଜନ୍ମୋତ୍ସବ । ଶ୍ରୀକୃଷ୍ଣଙ୍କ ଜନ୍ମସ୍ଥାନ ମଥୁରାନଗରୀ ଠାରୁ ଆରମ୍ଭ କରି ଜଗନ୍ନାଥ ଧାମ ପୁରୀ ପର୍ଯ୍ୟନ୍ତ ସବୁଠି ଉତ୍ସାହର ମାହୋଲ । ଶ୍ରୀମନ୍ଦିରରେ ବିଶେଷ ଭାବେ ଏହି ଜନ୍ମୋତ୍ସବ ପାଳିତ ହେଉଛି । କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ ଶ୍ରୀକୃଷ୍ଣ ଜନ୍ମ ହୋଇଥିଲେ । ଦେବକୀ ଓ ବସୁଦେବଙ୍କ ପୁଅ ଭାବେ କଂଶର ବନ୍ଦୀଶାଳରେ ଜନ୍ମ ହୋଇଥିଲେ ଶ୍ରୀକୃଷ୍ଣ । ପରେ କଂଶର ଭୟରେ ବାପା ବସୁଦେବ ଶ୍ରୀକୃଷ୍ଣଙ୍କୁ ନେଇ ମଥୁରାରେ ଛାଡି ଆସିଥିଲେ । ସେଠାରେ ନନ୍ଦ ରାଜାଙ୍କ ପୁଅ ଭାବେ ସେ ପାଳିତ ହୋଇଥିଲେ । ହିନ୍ଦୁ ଧର୍ମରେ ଏହି ଦିନଟିକୁ ବେଶ୍ ଉତ୍ସାହର ସହିତ ପାଳନ କରାଯାଇଥାଏ । ବିଶ୍ବର ହିନ୍ଦୁ ସଂପ୍ରଦାୟ ପାଇଁ ଏହା ଏକ ପବିତ୍ର ଦିନ । ଗାଁଠୁ ସହର ସବୁଠି ଏହି ଦିନ ଉତ୍ସବମୁଖର ହୋଇଉଠେ ।
“The eyes believe themselves, the ears believe other people.”
More Stories
ପ୍ୟାଣ୍ଟ ପଛ ପକେଟରେ ପର୍ସ ରଖୁଛନ୍ତି କି..
12ଟି ରାଶି ଉପରେ କଣ ରହିବ ମହାଶିବରାତ୍ରିର ପ୍ରଭବ
ଜାଣନ୍ତୁ ଶିବରାତ୍ରିର ପୂଜା ବିଧି, ମନ୍ତ୍ର, ସମୟ, ଉପବାସର ସମ୍ପୂର୍ଣ୍ଣ ନିୟମ