ମାଓବାଦୀଙ୍କ ଗୁଳିରେ ଜଣେ ସିଆରପିଏଫ୍ ଆଡିସନାଲ ସବ୍-ଇନସ୍ପେକ୍ଟର ସହିଦ, ଜଣେ ଯବାନ ଗୁରୁତର । ୪ ମାଓବାଦୀ ଗିରଫ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲାର ବେଦରେ ସିଆରପିଏଫ୍ କ୍ୟାମ୍ପ ନିକଟରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ମାଓବାଦୀ ଗୁଳିରେ ସିଆରପିଏଫ୍ ଏ.ଏସ.ଆଇ ସୁଧାକର ରେଡ୍ଡୀ ସହିଦ ହୋଇଛନ୍ତି । ଗୁରୁତର ଯବାନଙ୍କ ନାଁ ରାମୁ । ତାଙ୍କୁ ଚିକିତ୍ସା ପାଇଁ ରାୟପୁର ସ୍ଥାନାନ୍ତର କରାଯାଇଛି । ସିଆରପିଏଫ୍ କ୍ୟାମ୍ପରୁ ସାପ୍ତାହିକ ହାଟକୁ ଯିବାବେଳେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଘଟଣାସ୍ଥଳରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି । ଚାରିଜଣ ମାଓବାଦୀଙ୍କୁ ସୁରକ୍ଷାକର୍ମୀ ଗିରଫ କରିଛନ୍ତି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍