ମୋଦୀ ସାଙ୍ଗିଆ ମାନହାନୀ ମାମଲାରେ ରାହୁଲ ଗାନ୍ଧୀଙ୍କୁ ବଡ ଆଶ୍ୱସ୍ତି । କୋର୍ଟ କହିଛନ୍ତି କି ଚୂଡାନ୍ତ ମାମଲା ନଆସିବା ଯାଏଁ ଗୁଜରାଟ ହାଇକୋର୍ଟର ରାୟ ଉପରେ ସୁପ୍ରିମକୋର୍ଟ ରୋକ ଲଗାଇଛନ୍ତି । ଏହି ମାମଲାରେ ପ୍ରଥମେ ସୁରଟ କୋର୍ଟ ରାହୁଲ ଗାନ୍ଧୀଙ୍କୁ ୨ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଥିଲେ । ସୁରଟ କୋର୍ଟଙ୍କ ରାୟ ଆଧାରରେ ରାହୁଲ ଗାନ୍ଧୀଙ୍କ ସାଂସଦ ପଦ ବି ରଦ୍ଦ ହୋଇଥିଲା । ସୁରଟ କୋର୍ଟଙ୍କ ରାୟ ବିରୋଧରେ ରାହୁଲ ଗାନ୍ଧୀ ଗୁଜରାଟ ହାଇକୋର୍ଟରେ ଆବେଦନ କରିଥିଲେ । ହେଲେ ଗୁଜରାଟ ହାଇକୋର୍ଟ ସୁରଟ କୋର୍ଟଙ୍କ ରାୟକୁ କାଏମ ରଖିଥିଲେ । ଏକ ସଭାକୁ ଉଦବୋଧନ ଦେବା ବେଳେ ରାହୁଲ ଗାନ୍ଧୀ ମୋଦୀ ସାଙ୍ଗିଆଙ୍କୁ ନେଇ ଏକ ବିବାଦୀୟ ଟିପ୍ପଣୀ ଦେଇଥିଲେ । ଏହି ଟିପ୍ପଣୀ ବିରୋଧରେ ବିଜେପି ନେତା ପୂର୍ଣ୍ଣେଶ ମୋଦୀ ମାନହାନୀ ମାମଲା ରୁଜୁ କରିଥିଲେ ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍