ଥମିବାର ନାଁ ନେଉନି ଶିବସେନା ବିବାଦ । ନିର୍ବାଚନ ଆୟୋଗ ଏକନାଥ ସିନ୍ଦେ ଗୋଷ୍ଠୀକୁ ଶିବସେନା ନାଁ ଓ ନିର୍ବାଚନୀ ଚିହ୍ନ ପ୍ରଦାନ କରିବା ପରେ ପୁଣି ତେଜିଛି ବିବାଦ । ଯାହା ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି । ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତି ପରେ ସିନ୍ଦେ ଗୋଷ୍ଠୀ ପକ୍ଷରୁ ସୁପ୍ରିମକୋର୍ଟରେ କ୍ୟାବିଏଟ ଦାଖଲ କରାଯାଇଛି । ଏହାର ଜବାବ ଦେବାକୁ ଯାଇ ଉଦ୍ଧବ ଗୋଷ୍ଠୀ ପକ୍ଷରୁ ଅନଲାଇନରେ ଆପତ୍ତି ଦାଖଲ କରାଯାଇଛି । ଏଥିରେ ନିର୍ବାଚନ ଆୟୋଗଙ୍କ ଆଦେଶକୁ ଚ୍ୟାଲେଞ୍ଜ କରାଯିବା ସହ ଫେବୃଆରୀ ୨୦ରେ ତୁରନ୍ତ ଶୁଣାଣି ପାଇଁ ସୁପ୍ରିମକୋର୍ଟରେ ଆବେଦନ କରାଯାଇଛି । ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତି ତ୍ରୁଟିପୂର୍ଣ୍ଣ ଦର୍ଶାଇ ଏଥିରେ ରହିତାଦେଶ ଜାରି କରିବାକୁ ଉଦ୍ଧବ ଗୋଷ୍ଠୀ ଆବେଦନ କରିଛି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍