The Topmost

“The eyes believe themselves, the ears believe other people.”

ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢ଼ାଯିବ ବାଲି

କୋଣାର୍କ ସୂର୍ଯ୍ୟ ମନ୍ଦିରରୁ କଢ଼ାଯିବ ୧୨୦ ବର୍ଷର ବାଲି । ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ ବାଲି କାଢ଼ିବା ଦ୍ବିତୀୟ ପର୍ଯ୍ୟାୟ କାମ ଆରମ୍ଭ । ଲିଫ୍ଟ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ଲାଗିଲା ଲୁହା ବିମ୍‌ । ୧୯୦୩ ମସିହାରେ ସୂର୍ଯ୍ୟ ମନ୍ଦିରର ସୁରକ୍ଷାକୁ ଦେବାକୁ ଗର୍ଭଗୃହରେ ବାଲି ଭର୍ତ୍ତି କରାଯାଇ ଜଗମୋହନ ଦ୍ଵାରକୁ ବନ୍ଦ କରାଯାଇଥିଲା । ସୂର୍ଯ୍ୟ ମନ୍ଦିରରୁ ବାଲି କଢ଼ାଯିବା ନିଷ୍ପତ୍ତି ପରେ ଗତବର୍ଷ ସେପ୍ଟେମ୍ବର ମାସରୁ ଏଏସଆଇ ଓ ବିଡିଆର ପକ୍ଷରୁ କାର୍ଯ୍ୟ ଆରମ୍ଭ ହୋଇଛି । ଦ୍ବିତୀୟ ପର୍ଯ୍ୟାୟରେ ଲିଫ୍ଟ ପାଇଁ ଉତ୍ତର ଓ ପଶ୍ଚିମ କୋଣରେ ଏକ କ୍ରେନ୍‌ ସାହାଯ୍ୟରେ ଲୁହା ବିମ୍‌ ଲଗାଯାଇଛି । ଆଉ ୩ଟି ଲୁହା ବିମ୍‌ ଲାଗିବ । ଲିଫ୍ଟ ପାଇଁ ପ୍ଲାଟଫର୍ମ ନିର୍ମାଣ ଚାଲିଛି । ଉନ୍ନତ ଜ୍ଞାନକୌଶଳ ପ୍ରୟୋଗ କରାଯାଇ ସତନ୍ତ୍ର ଲିଫ୍ଟ ମାଧ୍ୟମରେ ମନ୍ଦିର ଚୂଡ଼ା ଦେଇ ଗର୍ଭଗୃହରେ ରହିଥିବା ବାଲି ମନ୍ଦିର ପାଦଦେଶକୁ ସୁରକ୍ଷିତ ଭାବେ ବାହାର କରାଯିବା ପରେ ଏକ ପାଇପ ଯୋଗେ ଏହି ବାଲିକୁ ଉତ୍ତର କୋଣରେ ରଖାଯିବ । ଏଥିପାଇଁ ପ୍ରାୟ ୩ ବର୍ଷ ସମୟ ଲାଗିବ ।