ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ୧୬ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ପ୍ରଭାବରେ କାଲିଠୁ ରାଜ୍ୟରେ ପାଗରେ ପରିବର୍ତ୍ତନ ସହ ୧୬ ତାରିଖରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୬ ଓ ୧୭ ତାରିଖରେ ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ୧୬ ତାରିଖରେ ଗଞ୍ଜାମ, ପୁରୀ, କଟକ, କେନ୍ଦ୍ରାପଡା, ଜଗତସିଂହପୁର ଏବଂ ଭଦ୍ରକକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୭ରେ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୫୫ରୁ ୬୫ କିଲୋମିଟର ବେଗରେ ବହିବ ପବନ । ଏଥିପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଖୋର୍ଦ୍ଧା, ପୁରୀ ଏବଂ ଢେଙ୍କାନାଳକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା