ସ୍କୁଲକୁ ଫେରିବ କରୋନା କଟକଣା । ରାଜଧାନୀର ସମସ୍ତ ସ୍କୁଲ କ୍ୟାମ୍ପସରେ ଛାତ୍ରଛାତ୍ରୀଙ୍କ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହେବ । ଥଣ୍ଡା, ଜ୍ବର, କାଶ ହେଉଥିବା ଛାତ୍ରଛାତ୍ରୀଙ୍କୁ ସ୍କୁଲକୁ ପ୍ରବେଶ ଲାଗି ଅନୁମତି ମିଳିବ ନାହିଁ । ପିଲାମାନେ ଯେପରି କ୍ୟାମ୍ପସରେ କଟକଣାକୁ ଠିକ୍ ଭାବେ ପାଳନ କରନ୍ତି ପ୍ରଧାନଶିକ୍ଷକ, ଶିକ୍ଷକ, ଶିକ୍ଷୟିତ୍ରୀ ତାହାକୁ ସୁନିଶ୍ଚିତ କରାଇବେ । ଏଥିସହ ପିଲାଙ୍କ ଶତ ପ୍ରତିଶତ ଟିକାକରଣ ଉପରେ ଗୁରୁତ୍ବ ଦିଆଯାଇଛି । ଆବଶ୍ୟକୀୟ ହେଲେ ସ୍କୁଲ କ୍ୟାମ୍ପସରେ ସ୍ବତନ୍ତ୍ର କ୍ୟାମ୍ପ ଆୟୋଜନ କରିବାକୁ ଭୁବନେଶ୍ବର ମହାନଗର ନିଗମ ଅଧିକାରୀ, ଗଣଶିକ୍ଷା ବିଭାଗ ଅଧିକାରୀ, ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନେଇ ବିଏମସି କାର୍ଯ୍ୟାଳୟରେ ବସିଥିବା ବୈଠକରେ ସ୍ଥିର ହୋଇଛି । ପିଲାଙ୍କ ଟିକାକରଣ ନେଇ ସ୍କୁଲଗୁଡ଼ିକ ଆସନ୍ତା ତିନି ଦିନ ମଧ୍ୟରେ ନିର୍ଦ୍ଧାରିତ ପୋର୍ଟାଲରେ ବିଇଓଙ୍କ ମାର୍ଫତରେ ବିଏମସି ନିକଟରେ ରିପୋର୍ଟ ଦାଖଲ କରିବେ ।
“The eyes believe themselves, the ears believe other people.”
More Stories
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍