ନୟାପଲ୍ଲୀ ସ୍ଥିତ ବାସଭବନକୁ ଯାଇ ସ୍ବର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ଜଣାଇଲେ ଗଭୀର ସମବେଦନା । ସ୍ବର୍ଗତ ପାତ୍ରଙ୍କ ମରଶରୀରକୁ ଶଙ୍ଖ ଭବନକୁ ନେଇ ସେଠାରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯିବ । ବିଧାନସଭା ପରିସରରେ ଗାର୍ଡ ଅଫ ଅନର ପ୍ରଦାନ ପରେ ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ କରାଯିବ ଶେଷକୃତ୍ୟ । ଗତକାଲି ତାଙ୍କ ମୃତ୍ୟୁ ଖବର ପାଇବା ପରେ ଶୋକ ବ୍ୟକ୍ତ କରିଥିଲେ ମୁଖ୍ୟମନ୍ତ୍ରୀ । ଏକ ବାର୍ତ୍ତାରେ ସ୍ବର୍ଗତ ପାତ୍ରଙ୍କୁ ଜଣେ ଦକ୍ଷ ପ୍ରଶାସକ ଓ ସଂଗଠକ ଭାବରେ ବର୍ଣ୍ଣନା କରିବା ସହ ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ ସେ ରାଜ୍ୟର ଉନ୍ନୟନ ପ୍ରକ୍ରିୟାକୁ କ୍ରିୟାଶୀଳ କରିଥିବା କହିଥିଲେ ।
“The eyes believe themselves, the ears believe other people.”
More Stories
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍