ଜାନୁଆରୀ 1ରୁ ଅସନ୍ତା 12 ତାରିଖ ଯାଏଁ କଟକ ରାସ୍ତାରେ ଗଡିବନି ଭାରିଯାନ । ପୁରୁଷ ହକି ବିଶ୍ୱ କପ୍ ୨୦୨୩ର ଉଦଘାଟନୀ ସମାରୋହକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ । ଭାରିଯାନ ଚଳାଚଳ ଯଥା, ଟ୍ରକ ଟିପ୍ପର, ଟ୍ରାକ୍ଟର ମାଧ୍ୟମରେ ଲଘୁ ଖଣିଜ ପରିବହନ ଉପରେ କଟକଣା ଲଗାଯାଇଛି । କଟକ ସହର ସୀମାଠାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଜାନୁଆରୀ ପହିଲାରୁ ଜାନୁଆରୀ ୧୨ ତାରିଖ ଯାଏଁ ଏହି କଟକଣା ବଳବତ୍ତର ରହିବ । ଆସନ୍ତା ୧୧ ତାରିଖରେ ବାରବାଟି ଷ୍ଟାଡିୟମରେ ହକି ବିଶ୍ୱ କପର ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହେବ । ଉଦଘାଟନୀ ସମାରୋହକୁ ଆସୁଥିବା ଅତିଥି ଓ ଦର୍ଶକ ଓ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଯାତାୟାତ ସୁବିଧା ଦୃଷ୍ଟିରୁ ଏହି କଟକଣା ଲାଗୁ କରାଯାଇଥିବା ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ