ଭାରତୀୟ ହକି ଖେଳାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ହକି ବିଶ୍ବକପ୍ ଜିତିଲେ ପ୍ରତି ଖେଳାଳିଙ୍କୁ କୋଟିଏ ଟଙ୍କା ପୁରସ୍କାର ଦିଆଯିବା ନେଇ ଘୋଷଣା । ଭାରତୀୟ ହକି ଖେଳାଳିଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର । ରାଉରକେଲାରେ ଖେଳାଳିଙ୍କୁ ଭେଟିବା ଅବସରରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ରାଉରକେଲା ଗସ୍ତ କରି ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଳିଙ୍କୁ ଭେଟିଛନ୍ତି ମୁଖ୍ୟମୁନ୍ତ୍ରୀ । ପ୍ରଥମେ ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ବିର୍ସା ମୁଣ୍ଡା ଷ୍ଟାଡିୟମ ବୁଲି ଦେଖିଲେ । ଏହାପରେ ବିଶ୍ବକପ୍ ଗ୍ରାମର ଶୁଭ ଉଦଘାଟନ କରିଥିଲେ ନବୀନ । ଏହାପରେ ଭାରତୀୟ ହକି ଟିମ୍କୁ ଭେଟି ତାଙ୍କ ସହ କଥା ହୋଇ ଫଟୋ ଉଠାଇଥିଲେ ମୁଖ୍ୟମନ୍ତ୍ରୀ ।
“The eyes believe themselves, the ears believe other people.”
More Stories
ଇଂଲଁଣ୍ଡ-ଇଣ୍ଡିଆ ମୁହାଁମୁହିଁ
ରଣଜୀ ଟ୍ରଫି ଖେଳିବେ କୋହଲି
ଖେଳରତ୍ନର ବିଜେତା ହେଲେ ଗୁକେଶ୍, ମନୁ..