ରାଜ୍ୟରେ ବିଭିନ୍ନ ଡାକ୍ତଖାନା ପରିସରରେ ବା ନିକଟରେ ଥିବା ଆହାର କେନ୍ଦ୍ରଗୁଡିକ ଏଣିକି ରବିବାର ଖୋଲା ରହିବ । ଏ ନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ସମସ୍ତ ମହାନଗର ନିଗମ କମିଶନର ତଥା ସିଟି ଆହାର ସମିତି ସଭାପତି ଏବଂ ଜିଲ୍ଲାପାଳ ତଥା ଜିଲ୍ଲା ଆହାର ସମିତିର ସଭାପତିମାନଙ୍କୁ ଅବଗତ କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି। ରାଜ୍ୟରେ ୧୬୭ଟି ଆହାର କେନ୍ଦ୍ର ରହିଛି। ସେଥିରୁ ୮୨ଟି ଡାକ୍ତରଖାନା ପରିସରରେ ରହିଛି। ସେଥିରୁ ୫୮ ଟିରେ ରାତିରେ ମଧ୍ୟ ଖାଦ୍ୟ ପରିବେଷଣ ସୁବିଧା ରହିଛି। ଏହିସବୁ ଆହାର କେନ୍ଦ୍ରଗୁଡ଼ିକ ଯୋଗୁ ଡାକ୍ତଖାନାଙ୍କୁ ଆସୁଥିବା ରୋଗୀଙ୍କର ପରିବାର ଲୋକମାନେ ଉପକୃତ ହୋଇଥାଆନ୍ତି। ଏହି ୮୨ଟି କେନ୍ଦ୍ରରେ ଦୈନିକ ହାରାହାରି ୪୮ ହଜାର ଲୋକ ଉପକୃତ ହୋଇଥାନ୍ତି। ତେବେ ରବିବାର ଏହି ଆହାର କେନ୍ଦ୍ରଗୁଡ଼ିକ ବନ୍ଦ ରହୁଥିବାରୁ ରୋଗୀଙ୍କ ପରିବାର ଲୋକେ ଅସୁବିଧାରେ ପଡୁଥିଲେ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ