ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ହେବାରେ ଲାଗିଛି । ରବିବାର ରାଜ୍ୟର ୨୨ଟି ସ୍ଥାନରେ ତାପମାତ୍ରା ୨୦ ଡିଗ୍ରୀ ତଳେ ରହିଥିବା ବେଳେ ୩ଟି ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ଫୁଲବାଣୀରେ ତାପମାତ୍ରା ୧୩ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଏହା ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି। ଅନ୍ୟପଟେ ନଭେମ୍ବର ପହିଲାରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିବା ସହିତ କିଛି ସ୍ଥାନରେ ବର୍ଷା ଆଶଙ୍କା ସୃଷ୍ଟି ହୋଇଥିବା ନେଇ ପାଣିପାଗ କେନ୍ଦ୍ର କହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୧ରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାର କିଛି ଅଞ୍ଚଳରେ ସ୍ୱଳ୍ପ ବର୍ଷା ହୋଇପାରେ। ନଭେମ୍ବର ୨ରେ ମଧ୍ୟ କିଛି ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି। ବର୍ଷା ଯୋଗୁଁ ରାଜ୍ୟକୁ ସାମୁଦ୍ରିକ ବାୟୁ ପ୍ରବେଶ ହେବ। ଏହାଦ୍ୱାରା ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି । ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ର ନାଥ ପଶୁପାଳକ କହିଛନ୍ତି ଯେ ରାଜ୍ୟରେ ଗତ ୫ ଦିନ ହେବ ଥଣ୍ଡା ଆରମ୍ଭ ହୋଇଛି। ତେବେ ସୋମବାର ରାତିଠାରୁ ସର୍ବନିମ୍ନ ତାପମାତ୍ରା କ୍ରମଶଃ ବଢ଼଼ିବ। ଆକଳନ କରାଯାଉଛି ଯେ ନଭେମ୍ବର ୫ ତାରିଖ ସୁଦ୍ଧା ସର୍ବନିମ୍ନ ତାପମାତ୍ରା ସର୍ବନିମ୍ନ ତାପମାତ୍ରା ପ୍ରାୟ ୨ ଡିଗ୍ରୀ ବୃଦ୍ଧି ପାଇବ। ନଭେମ୍ବର ୧ ତାରିଖ ସୁଦ୍ଧା ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା