ଏଣିକି ୧୦ ଟଙ୍କା ଦେଇ ବୁଲିପାରିବେ ମ୍ୟୁଜିଅମ । ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଉର୍ଦ୍ଧ୍ବ ନକରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ପର୍ଯ୍ୟଟକ ମାନେ ଯେପରି ଆମ କଳା ଓ ସଂସ୍କୃତି ସହିତ ଭଲ ଭାବରେ ପରିଚିତ ହୋଇପାରିବେ ସେ ଦୃଷ୍ଟିରୁ ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହାଛଡା ଛାତ୍ରଛାତ୍ରୀ, କାରିଗର ଓ ବୁଣାକାର ମାନଙ୍କ ପାଇଁ ସଂଗ୍ରହାଳୟରେ ପ୍ରବେଶ ନିମନ୍ତେ କୌଣସି ଦେୟ ଆଦାୟ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆମ ରାଜ୍ୟରେ ଥିବା ସଂଗ୍ରହାଳୟ ଗୁଡିକ ଯେପରି ଅଧିକ ଲୋକପ୍ରିୟ ହେବ ଏବଂ ପର୍ଯ୍ୟଟକ ମାନେ ସେଗୁଡିକ ପରିଦର୍ଶନର ସୁଯୋଗ ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍