The Topmost

“The eyes believe themselves, the ears believe other people.”

୧୦ ତାରିଖରେ ଓଡିଶା ଆସିବେ ରାଷ୍ଟ୍ରପତି

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୦ ତାରିଖରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଆସୁଛନ୍ତି । ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗଦେବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ପୋଲିସ DG, ପୋଲିସ କମିଶନର, ଗୁଇନ୍ଦା ନିର୍ଦ୍ଦେଶକ, ଆଇନ ଶୃଙ୍ଖଳା ADG ପ୍ରମୁଖ ଉପସ୍ଥିତ ଥିଲେ । ବ୍ଲୁ ବୁକ ଅନୁଯାୟୀ ହୋଇଛି ସୁରକ୍ଷା ବ୍ୟବସ୍ଥା । ଭୁବନେଶ୍ୱର ଏୟାରପୋର୍ଟରୁ ଆରମ୍ଭ କରି ଉତ୍କଳ ମଣ୍ଡପ ଓ ରମାଦେବୀ ବିଶ୍ୱବିଦ୍ୟାଳୟ କଡ଼ା ସୁରକ୍ଷା ବଳୟରେ ରହିବ। ସୁରକ୍ଷା ନେଇ ଆଲୋଚନା ହୋଇଥିବା ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି ।