୧୨ ଘଣ୍ଟାରେ ଭୀଷଣ ବାତ୍ୟାର ରୂପ ନେବ ସିତ୍ରାଙ୍ଗ । ୬ ଘଣ୍ଟା ମଧ୍ୟରେ ୧୨ କି.ମି ବେଗରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରୁଛି । ଆସନ୍ତାକାଲି ସକାଳେ ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି । ବାତ୍ୟାଟି ତିନକୋଣା ଓ ସାନ୍ଦ୍ୱୀପ ଦେଇ ବାଂଲାଦେଶ ଉପକୂଳ ଅତିକ୍ରମ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଓଡ଼ିଶା ଉପକୂଳରୁ ଏହା ସମାନ୍ତରାଳ ଭାବେ ସମୁଦ୍ର ଭିତରେ ୨୦୦ରୁ ୨୫୦ କି.ମି ଦୂରରେ ଗତି କରିବ । ତେଣୁ ଓଡ଼ିଶା ଉପରେ ବାତ୍ୟାର ବଡ଼ ପ୍ରଭାବ ପଡିବ ନାହିଁ । ତେବେ ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି । ୨୫ ତାରିଖରେ ବାଂଲାଦେଶ ଉପକୂଳ ଅତିକ୍ରମ କରିବ ବାତ୍ୟା ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ