The Topmost

“The eyes believe themselves, the ears believe other people.”

4K Video : Rainfall in the nature during rainy season.

୧୪ରେ ବଙ୍ଗୋପସାଗରରେ ଲଘୁଚାପ

ଓଡ଼ିଶାରେ ବଡ ବର୍ଷା ଆଶଙ୍କା । ୧୪ ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ନେବ ଅବପାତର ରୂପ । ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆହୁରି ଘନୀଭୁତ ହେବା ନେଇ ପାଗ ଅନୁକୁଳ ରହିଛି । ପ୍ରଭାବରେ ଆସନ୍ତା ୧୬ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ମଧ୍ୟମ ଧରଣର ବର୍ଷା ହେବ । ଉପକୂଳ ଓଡିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଅନୁଗୁଳ, ଢେଙ୍କାନାଳ ଏବଂ ନୟାଗଡ଼ରେ ହାଲୁକା ବର୍ଷା ହେବା ନେଇ ଆକଳନ କରାଯାଇଛି । ୧୬ ତାରିଖ, ୧୭ ଏବଂ ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ । ତେଣୁ ଅମଳ ଯୋଗ୍ୟ ହୋଇଥିବା ଧାନକୁ ଚାଷୀ ଯଥା ସମ୍ଭବ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି । ଯେଉଁଠି ଧାନ ଗଛ ଗୁଡିକ ଠିଆ ହୋଇ ରହିଛି ସେହି ବିଲରୁ ଜଳ ନିଷ୍କାସନ ପାଇଁ ବ୍ୟବସ୍ଥା କରିବାକୁ କୁହାଯାଇଛି । ଲଘୁଚାପର ପ୍ରଭାବ କେଉଁ ଜିଲ୍ଲାରେ କେତେ ରହିବ ଓ ଏହାର ତୀବ୍ରତା କେତେ ରହିବ ତାହା ବର୍ତ୍ତମାନ ସ୍ପଷ୍ଟ ହୋଇନାହିଁ । ଲଘୁଚାପ ସୃଷ୍ଟି ହେବା ପରେ ଏହାର ଗତିପଥ ନେଇ ସ୍ପଷ୍ଟ ସୂଚନା ଆସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।