ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହିତ ବର୍ଷା । ଆସନ୍ତା ୧୪ ତାରିଖରୁ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମୌସୁମୀ ନିମ୍ନ ଚାପ ରେଖା ରାଜସ୍ଥାନର ଡଶେଲମେରରୁ ବାହାରି ସିକର, ଓରାଇ, ସୁଲତାନପୁର, ପାଟନା ଏବଂ ପଶ୍ଚିମବଙ୍ଗର ମାଲଦାରୁ ପୂର୍ବଦିଗରେ ଅରୁଣାଚଳ ପ୍ରଦେଶ ଯାଏଁ ଲମ୍ବିଛି । ଏହା ବାୟୁମଣ୍ଡଳରେ ୦.୯ କିଲୋମିଟର ଉଚ୍ଚତା ଯାଏଁ ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟାରେ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ତେବେ ଆସନ୍ତା ୧୪ ତାରିଖରୁ ବର୍ଷା ବଢ଼ିବାକୁ ଥିବାବେଳେ ୧୬ ତାରିଖରୁ ସାରା ରାଜ୍ୟରେ ବିସ୍ତୃତ ବର୍ଷା ଦେଖିବାକୁ ମିଳିବ । ବର୍ତମାନ ସୁଦ୍ଧା ୧୭ ଜିଲ୍ଲାର ବର୍ଷା ସ୍ଥିତି ନିଅଣ୍ଟ ଥିବାବେଳେ ଚଳିତ ମୌସୁମୀ ଋତୁରେ ୧ ଜୁନରୁ ଏଯାଏ ୨୩୨.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ବାଭାବିକ ବର୍ଷା ୩୧୪ ମିଲିମିଟର ତୁଳନାରେ ୨୬ ପ୍ରତିଶତ କମ୍ । ଦେବଗଡ ଜିଲ୍ଲାରେ ସର୍ବାଧିକ ୪୫୬.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ଯାହା ସ୍ବାଭାବିକ ବର୍ଷା ତୁଳନାରେ ୪୫ ପ୍ରତିଶତ ଅଧିକ ରହିଛି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି