ଜଗନ୍ନାଥ ଦର୍ଶନ ହେବ ଆହୁରି ସହଜ । ସୁଦୁର ସୁନ୍ଦରଗଡ଼ ହେଉ କି ସୀମାନ୍ତ ନୂଆପଡ଼ା, ଯାତ୍ରୀମାନେ ପୁରୀକୁ ଆରାମଦାୟକ ଯାତାୟତ କରିବାର ସୁବିଧା ପାଇବେ । ତାହା ପୁଣି ସୁଲଭ ମୂଲ୍ୟରେ । କାରଣ ଆଜିଠୁ ଶ୍ରୀକ୍ଷେତ୍ରକୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଗନ୍ନାଥ ଏକ୍ସପ୍ରେସକୁ ଫ୍ଲାଗଅଫ୍ କରିବେ । ଜିଲ୍ଲା ମୁଖ୍ୟାଳୟରୁ ଯାତ୍ରୀଙ୍କୁ ନେଇ ପୁରୀ ଶ୍ରୀମନ୍ଦିର ଅଭିମୁଖେ ବାହାରିବ ବିଳାସପୂର୍ଣ୍ଣ ବସ । ଲକ୍ଷ୍ମୀ ଯୋଜନାର ତୃତୀୟ ପର୍ଯ୍ୟାୟରେ ଜଗନ୍ନାଥ ଚେତନାକୁ ଆହୁରି ବ୍ୟାପକ କରିବାକୁ ଜିଲ୍ଲା ମୁଖ୍ୟାଳୟରୁ ପୁରୀ ଯାଏ ଜଗନ୍ନାଥ ଏକ୍ସପ୍ରେସ୍ ଗଡ଼ାଇବାକୁ ନିଷ୍ପତ୍ତି ହୋଇଛି । ବଲାଙ୍ଗୀର, ବରଗଡ଼, ଗଜପତି, ଗଞ୍ଜାମ, ଝାରସୁଗୁଡ଼ା, କୋରାପୁଟ, କଳାହାଣ୍ଡି, କେନ୍ଦୁଝର, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ପରି ୧୫ଟି ଜିଲ୍ଲାର ଜଗନ୍ନାଥ ଶ୍ରଦ୍ଧାଳୁଙ୍କ ଉଦ୍ଦେଶ୍ୟରେ ଜଗନ୍ନାଥ ବସ୍ ଗଡ଼ାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ରୁଟ୍ ଚାର୍ଟ ବି ସ୍ଥିର ହୋଇ ସାରିଛି । ବସ୍ ଯେଉଁ ଜିଲ୍ଲାରୁ ବି ଆସିଲେ, ଭୁବନେଶ୍ବରର ଦେଇ ପୁରୀ ଯିବ । ପୁରୀରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହୋଇଥିବାବେଳେ ଏହାକୁ ଦେଖିବାକୁ ଶ୍ରଦ୍ଧାଳୁଙ୍କ ଆଗ୍ରହ ରହିଛି । ଯେଉଁଥିପାଇଁ ଜଗନ୍ନାଥ ଏକ୍ସପ୍ରେସ ସହାୟ ସାଜିବ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି