The Topmost

“The eyes believe themselves, the ears believe other people.”

୨ଦିନିଆ ଓଡ଼ିଶା ଗସ୍ତରେ ନିର୍ମଳା ସୀତାରମଣ 

ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏହି ଅବସରରେ ସେ ଭୁବନେଶ୍ୱର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଆଜି ସଂଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ଏହା ପରେ ସେ ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ସକାଳୁ ସେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ । ଏହା ପରେ ପେଣ୍ଠକଟା ନିକଟସ୍ଥ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ଶ୍ରୀ ଶଦାଶିବ କ୍ୟାମ୍ପସରେ ‘ମେରୀ ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ସାମିଲ ହେବା ସହ ବୃକ୍ଷରୋପଣ କରିବେ । ପୂର୍ବାହ୍ନ ପ୍ରାୟ ସାଢେ ୧୦ଟାରେ ପୁରୀ ଜିଲ୍ଲା ବୀରହରେକୃଷ୍ଣପୁର ସ୍ଥିତ ମହାନ ସ୍ୱାଧୀନତା ସଂଗ୍ରାମୀ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ । ଏହା ପରେ ଭୁବନେଶ୍ୱର ଫେରିଆସିବେ ନିର୍ମଳା ସୀତାରମଣ । ଭୁବନେଶ୍ୱରରେ କୁଇ ଓ ଦେଶୀୟ ଭାଷା ଉପରେ ଏକ ପୁସ୍ତକ ଉନ୍ମୋଚନ କରିବେ । ଅପରାହ୍ନ ୫ଟାରେ ବିଂଶତମ ଜାତୀୟ ଚାର୍ଟାର୍ଡ ଆକାଉଂଟାଂଟ ସମ୍ମିଳନୀକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପରେ ରାତିରେ ଦିଲ୍ଲୀ ଫେରିଯିବେ ନିର୍ମଳା ସୀତାରମଣ୍ ।