୨୦୨୩ ପାଇଁ ରାଷ୍ଟ୍ରପତି ପୋଲିସ ମେଡାଲ ଘୋଷଣା । ୯୦୧ ପୋଲିସ କର୍ମଚାରୀଙ୍କୁ ମିଳିବ ରାଷ୍ଟ୍ରପତି ପୋଲିସ ପଦକ। ୧୪୦ଜଣଙ୍କୁ ମିଳିବ ସାହସିକତା ପୁରସ୍କାର । ୯୩ଜଣଙ୍କୁ ଉଲ୍ଲେଖନୀୟ ସେବା ପାଇଁ ରାଷ୍ଟ୍ରପତି ପୋଲିସ ପଦକ ମିଳିବ । ସେହିପରି ୬୬୮ଜଣଙ୍କୁ ପ୍ରଶଂସନୀୟ ସେବା ପାଇଁ ପୁରସ୍କାର ମିଳିବ । ଆସନ୍ତାକାଲି ସାଧାରଣତନ୍ତ୍ର ଦିବସ ଅବସରରେ ଏହି ପୁରସ୍କାର ଦିଆଯିବ । ଓଡ଼ିଶାରୁ ୨ ପୋଲିସ କର୍ମଚାରୀଙ୍କୁ ମିଳିବ ରାଷ୍ଟ୍ରପତି ପୋଲିସ ପଦକ । ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଡି.ଏସ କୁଟେ ଓ ଭିଜିଲାନ୍ସ କନଷ୍ଟେବଳ ପ୍ରହଲ୍ଲାଦ କୁମାର ରାଉତ ହେବେ ସମ୍ମାନିତ । ସେହିପରି ପ୍ରଶଂସନୀୟ ସେବା ପାଇଁ ଓଡ଼ିଶାର ୧୧ ଜଣ ପୋଲିସ କର୍ମଚାରୀଙ୍କୁ ମିଳିବ ପୁରସ୍କାର ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ