ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ବସ୍ତି । ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଢ଼ିବନି ବିଜୁଳି ଦର । ଘରୋଇ ଉପଭୋକ୍ତାଙ୍କ ପାଇଁ ପୂର୍ବ ଦର ଅପରିବର୍ତ୍ତିତ ରଖିଛନ୍ତି ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗ । ଗ୍ରାହକଙ୍କ ଉପରେ ପଡ଼ିବନି ବିଦ୍ୟୁତ୍ ବୋଝ । ଚାଷୀଙ୍କ ପାଇଁ ବିଦ୍ୟୁତ ବିଲରେ ମଧ୍ୟ ରିହାତି ରହିବ । ଡିଜିଟାଲ ପେମେଣ୍ଟରେ ୪ ପ୍ରତିଶତ ରିହାତି ରଖାଯାଇଛି । ସେହିପରି ଫାଇନ୍ ବ୍ୟବସ୍ଥାକୁ ବାଦ ଦିଆଯାଇଛି । ପୂର୍ବଭଳି 0 ରୁ ୫୦ ୟୁନିଟ୍ ପାଇଁ ୩ ଟଙ୍କା ଦେବେ ବିଦ୍ୟୁତ ଉପଭୋକ୍ତା । ୫୦ ରୁ ୧୫୦ ୟୁନିଟ ପାଇଁ ୪ ଟଙ୍କା ୮୦ ପଇସା ଓ ୨୦୦ରୁ ୪୦୦ ୟୁନିଟ ପାଇଁ ୫ ଟଙ୍କା 80 ପଇସା ଧାର୍ଯ୍ୟ କରାଯାଇଛି । ୪୦୦ ୟୁନିଟ ପରେ ୬ ଟଙ୍କା ୨୦ ପଇସା ଧାର୍ଯ୍ୟ କରାଯାଇଛି । ଏନେଇ ଓଇଆରସିର ସଚିବ ପ୍ରିୟବ୍ରତ ପଟ୍ଟନାୟକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା