ଏବେ ବର୍ଷାରୁ ନାହିଁ ନିସ୍ତାର । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନେଇପାରେ ଅବପାତର ରୂପ । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା ଜିଲ୍ଲାକୁ ସତର୍କତା ଜାରି ହୋଇଛି । ୧୧୦ ମିଲିମିଟରରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବର୍ଷା ପାଇଁ ଉପକୂଳ ଓଡ଼ିଶାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ନନଷ୍ଟପ୍ ବର୍ଷା ହେବ । ଏପଟେ ସକ୍ରିୟ ଲଘୁଚାପ ପ୍ରଭାବରେ ଆସନ୍ତାକାଲି ପର୍ଯ୍ୟନ୍ତ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ