୩ଟି ପ୍ରସ୍ତାବରେ ବାଜିଲା କ୍ୟାବିନେଟ ମୋହର । କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଦେଇଛନ୍ତି ସୂଚନା । ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ଲାଭ କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ନିଆଯାଇଛି ନିଷ୍ପତ୍ତି । ଓଡିଶା ଷ୍ଟେଟ ୱାର୍କଫ୍ଲୋ ଅଟୋମେସନ୍ ସିଷ୍ଟମ (OSWAS) ର ଉନ୍ନତିକରଣକୁ କ୍ୟାବିନେଟ ଅନୁମୋଦନ ମିଳିଛି । ସମଗ୍ର ଦେଶରେ digital workflow systemର ଅନ୍ୟତମ ଶ୍ରେଷ୍ଠ ବ୍ୟବସ୍ଥା ଭାବରେ ଓସ୍ୱାସ୍ର ସ୍ୱତନ୍ତ୍ର ଖ୍ୟାତି ରହିଛି । ଏହି ଉନ୍ନତିକରଣ ପଦକ୍ଷେପ 5T ଢାଞ୍ଚାରେ ଶାସନର ଦକ୍ଷତା ସ୍ତରକୁ ଆହୁରି ଉଚ୍ଚତର ସୋପାନକୁ ନେବା ସହିତ ନାଗରିକ ଅନୁକୂଳ ସ୍ୱଚ୍ଛ ବ୍ୟବସ୍ଥାକୁ ସୁନିଶ୍ଚିତ କରିବ । ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ ୧୯୬୨ରେ ପ୍ରତିଷ୍ଠା ହୋଇଥିଲା । ବିଶ୍ୱ ବିଦ୍ୟାଳୟର ଅଧିକାଂଶ ଭିତ୍ତିଭୂମି ୫ ଦଶନ୍ଧିରୁ ଅଧିକ ହୋଇଥିବାରୁ ଏହାର ଜରୁରୀ ମରାମତି, ନବୀକରଣ ଓ ପୁନଃନିର୍ମାଣ ପାଇଁ ୨୦୨୩-୨୪ ରୁ ୨୦୨୭-୨୮, ପାଞ୍ଚ ବର୍ଷ ପାଇଁ ରାଜ୍ୟ କ୍ୟାବିନେଟ ୪୯୧.୪୧ କୋଟି ଟଙ୍କା ମଞ୍ଜୁରୀ ଦେଇଛନ୍ତି । ଆଦିବାସୀ ଉପଦେଷ୍ଟା ପରିଷଦ (TAC) ଦ୍ୱାରା ତା.୧୧.୦୭.୨୦୨୩ ରିଖରେ ଅନୁମୋଦନ କରାଯାଇଥିବା ପ୍ରସ୍ତାବକୁ ଆଧାର କରି ତା. ୧୪.୧୧.୨୦୨୩ ରିଖରେ ଓଡିଶା ଅନୁସୂଚିତ ଅଞ୍ଚଳରେ ସ୍ଥାବର ସମ୍ପତ୍ତି (ଅନୁସୂଚିତ ଜନଜାତି ଦ୍ୱାରା ) ହସ୍ତାନ୍ତର ଆଇନ, ୧୯୫୬ କୁ ସଂଶୋଧନ କରିବା ପାଇଁ ରାଜ୍ୟ କ୍ୟାବିନେଟରେ ପ୍ରସ୍ତାବ ପାରିତ କରିଥିଲେ। ଆଜିର ବୈଠକରେ ଉପରୋକ୍ତ ସଂଶୋଧନର ପୁନର୍ବିଚାର କରି କ୍ୟାବିନେଟ ଏ ବିଷୟରେ ଅଧିକ ତର୍ଜମା କରିବା ପାଇଁ ଆଦିବାସୀ ଉପଦେଷ୍ଟା ପରିଷଦକୁ ସୁପାରିଶ କରିଛନ୍ତି।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍