ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି । ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି । କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ରତ୍ନସିଂହାସନରେ ଅଧିଷ୍ଠିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି । ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ହୋଇଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି । କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି । ଶ୍ରୀମନ୍ଦିରରେ
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ