ଶପଥ ଗ୍ରହଣ ପରେ ୩ ନୂଆ କ୍ୟାବିନେଟ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗ ଦାୟିତ୍ବ ଦିଆଯାଇଛି । ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଓ ମନ୍ତ୍ରୀ ସାରଦା ପ୍ରସାଦ ନାୟକଙ୍କୁ ଶ୍ରମ ବିଭାଗ ଦାୟିତ୍ବ ଦିଆଯାଇଛି । ଶପଥ ଗ୍ରହଣର ମାତ୍ର କିଛି ସମୟ ଭିତରେ ନୂଆ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ୩ ନୂଆ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି । ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ଶପଥଗ୍ରହଣ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ୩ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ