ସାଧାରଣ ନିର୍ବାଚନ ପାଇଁ ୩ ଦିନିଆ ଗସ୍ତରେ ଓଡିଶା ଗସ୍ତରେ ଆସିଛନ୍ତି କେନ୍ଦ୍ରୀୟ ନିର୍ବାଚନ ଆୟୋଗ । ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଓ ତାଙ୍କ ଟିମ ଭୁବନେଶ୍ୱର ଆସିଛନ୍ତି । ରାଜ୍ୟରେ ଏହି ଟିମ୍ ବିଧାନସଭା ଓ ଲୋକସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ । ଆଗାମୀ ସାଧାରଣ ନିର୍ବାଚନକୁ ଅବାଧ, ନିରାପକ୍ଷ ଓ ଶାନ୍ତିପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଓ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ଗ୍ରହଣ କରାଯାଇଥିବା ବିଭିଧ ପଦକ୍ଷେପ ଉପରେ ସମୀକ୍ଷା କରିବେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଓ ତାଙ୍କ ଟିମ୍ । ଆଜି ପ୍ରଥମ ଦିନରେ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତା ଓ ନେତୃବୃନ୍ଦଙ୍କ ସହ ନିର୍ବାଚନ ସମ୍ପର୍କିତ ଆଦର୍ଶ ଆଚରଣବିଧି ପାଳନ ସମ୍ପର୍କରେ ଆଲୋଚନା କରିବେ ମୁଖ୍ୟ ନିର୍ବାଚନ ଆୟୁକ୍ତ । ପରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ମଧ୍ୟ ଆଲୋଚନାର କାର୍ଯ୍ୟକ୍ରମ ରହିଛି । ସେହିପରି ଆସନ୍ତାକାଲି ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ରାଜ୍ୟ ନିର୍ବାଚନ ଅଧିକାରୀ, ରାଜ୍ୟ ପୋଲିସ ବାହିନୀ, କେନ୍ଦ୍ର ପୋଲିସ ବାହିନୀର ନୋଡାଲ ଅଧିକାରୀ, ପ୍ରବର୍ତନ ସଂସ୍ଥା, ରାଜ୍ୟ ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକଙ୍କ ସହ ଆଲୋଚନା କରିବେ । ଅପରାହ୍ନରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଏକ ସାମ୍ବାଦିକ ସମ୍ମିଳନୀ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି