ପାଖାପାଖି ୪ମାସ ପରେ ଆସୁଛି ବଡ ବର୍ଷା । କାଲିଠୁ ପଶ୍ଚିମାଝଡ଼ ପ୍ରଭାବରେ ସାରା ରାଜ୍ୟରେ ହେବ ପ୍ରବଳ ବର୍ଷା । ୨୧ ତାରିଖ ପର୍ଯ୍ୟନ୍ତ ଘଡଘଡି ବିଜୁଳି ସହ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ପାଇଁ ଆସନ୍ତାକାଲି ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ଯାଜପୁର, କନ୍ଧମାଳ, କଳହାଣ୍ଡି, ରାୟଗଡା ଏବଂ ନବରଙ୍ଗପୁରରେ ଝଡ ପବନ ସହ ପ୍ରବଳ ବର୍ଷା ହେବ । ଅନ୍ୟପଟେ ୧୬ ଏବଂ ୧୭ ରେ ପୁରା ଓଡ଼ିଶାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୬ ତାରିଖରେ ୯ ଏବଂ ୧୭ ତାରିଖରେ ୧୩ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହତ ବର୍ଷା ହେବ । ବିଶେଷ କରି ଉପକୂଳ ଓଡ଼ିଶାର ଗଞ୍ଜାମ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ।
“The eyes believe themselves, the ears believe other people.”
More Stories
ମାଛଧରା ବୋଟରେ ହେଉଥିଲା କୋଟିଏ ଟଙ୍କାର ଗୁଆ ଚୋରା ଚାଲାଣ
ଶିଶୁଭବନର ନୂଆ କୋଠା ଲୋକାର୍ପିତ, ବେଡ୍ ସଂଖ୍ୟା 846କୁ ବୃଦ୍ଧି
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ