The Topmost

“The eyes believe themselves, the ears believe other people.”

୪୦୦ ପାର୍ ଦୈନିକ ସଂକ୍ରମଣ !

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୬୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୯୧, ୫୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୧୫୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୦୩୮୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ମୋଟ୍ ୩୨୧୬୩୩୦୨ସାମ୍ପୁଲ ଟେଷ୍ଟ୍ ହୋଇଛି ।