ଦୁର୍ବଳ ହେଲା ଲଘୁଚାପ କ୍ଷେତ୍ର । ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ସମ୍ଭାବନା । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେପଟେ, ୪୮ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ପ୍ରଭାବରେ ୧୯ରୁ ୨୨ ଯାଏଁ ବର୍ଷା ସମ୍ଭାବନା ନେଇ ଆକଳନ କରାଯାଇଛି । ସେପଟେ, ଆଜି ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, କନ୍ଧମାଳ, ବଲାଙ୍ଗୀର, ସୁବର୍ଣ୍ଣପୁର, ଦେବଗଡ଼, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୮ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷାଜନିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୯ ତାରିଖ ଦିନ ମଧ୍ୟ ରାଜ୍ୟରେ ବିଭିନ୍ନ ସ୍ଥାନରେ ଏହିଭଳି ବର୍ଷା ଜାରି ରହିବ । ୨୦ ତାରିଖ ଆଡ଼କୁ ରାଜ୍ୟରେ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା