ଆସନ୍ତା ୪ ଦିନ ଯାଏଁ ରାଜ୍ୟକୁ କାଳବୈଶାଖୀ ଡର । ମଧ୍ୟାହ୍ନରେ ତାତି ରହିଲେ ମଧ୍ୟ ଅପରାହ୍ନରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିବ । ଏଥିପାଇଁ ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ବାଦ୍ ଦେଲେ ବାକି ୨୧ଟି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ବିହାରଠାରୁ ଉତ୍ତର ଓଡ଼ିଶା ଦେଇ ଝାଡଖଣ୍ଡ ପର୍ଯ୍ୟନ୍ତ ଲମ୍ବିଥିବା ଟ୍ରପଲାଇନ୍ ପ୍ରଭାବରେ ରାଜ୍ୟରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି । କାଳବୈଶାଖୀକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି ।
“The eyes believe themselves, the ears believe other people.”
More Stories
ଆଉ ହେବନି ବାଟମାରଣା, ଖଣି ଜଗିବେ ଓଆଇଏସ୍ଏଫ୍ ଜବାନ୍
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା