ସରକାରୀ କର୍ମଚାରୀଙ୍କ ପାଇଁ ରଜ ଭେଟି । ରାଜ୍ୟ ସରକାର କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା । ୪ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି ହୋଇଛି । ଏହି ମହଙ୍ଗା ଭତ୍ତା ଚଳିତ ବର୍ଷ ଜାନୁଆରୀ ପହିଲାରୁ ୨୦୨୩ରୁ ପିଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହ ପେନସନଭୋଗୀମାନଙ୍କ ଟି.ଆଇରେ ମଧ୍ୟ ୪ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଜୁନ୍ ମାସ ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢ଼େ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା