ଚଳିତ ବର୍ଷ ୫୦ ବର୍ଷ ପୂରଣ କରୁଛି ଧଉଳି ବିଶ୍ୱବିଦିତ ଶାନ୍ତିସ୍ତୁପ ଓ ବୌଦ୍ଧ ପୁଣ୍ୟପୀଠ । ଏହାକୁ ସ୍ମରଣୀୟ କରିବା ପାଇଁ ସରକାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ କରିବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏନେଇ ଅକ୍ଟୋବର ୨୮ ତାରିଖ ଦିନ ଏକ ସମାରୋହ ଆୟୋଜିତ ହେବାକୁ ଯାଉଛି । ଯେଉଁଥିରେ ପୃଥିବୀର ବିଭିନ୍ନ ଦେଶରୁ ପ୍ରାୟ ୧୫୦ ବୌଦ୍ଧ ସନ୍ୟାସୀ ଯୋଗଦେବେ । ସମାରୋହ ଦିନ ଭୁବନେଶ୍ୱରରୁ ଧଉଳି ପର୍ଯ୍ୟନ୍ତ ଏହି ସନ୍ୟାସୀମାନଙ୍କୁ ନେଇ ଏକ ଶାନ୍ତି ଶୋଭାଯାତ୍ରା ଆୟୋଜିତ ହେବ । ଏହି ମହୋତ୍ସବର ପ୍ରସ୍ତୁତି ସମ୍ପର୍କରେ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସମୀକ୍ଷା କରିଛନ୍ତି । ଲୋକସେବା ଭବନ ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢ଼ୀ ଏପର୍ଯ୍ୟନ୍ତ ହୋଇଥିବା ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଥିଲେ ଯେ ଓଡ଼ିଶାର ଅନ୍ୟ ଏକ ପରିଚୟ ତଥା ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର ବିନ୍ଦୁ ଧଉଳି ଶାନ୍ତିସ୍ତୁପର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଧଉଳି ଉନ୍ନୟନ କମିଟି ଆୟୋଜନ କରିବ । ଏଥିପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ଆର୍ଥିକ ଓ ପ୍ରାଶାସନିକ ସହଯୋଗ ଯୋଗାଇ ଦେବେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା