The Topmost

“The eyes believe themselves, the ears believe other people.”

୫ ତାରିଖରେ ପ୍ରକାଶ ପାଇପାରେ ମାଟ୍ରିକ୍‌ ରେଜଲ୍ଟ !

ଆସନ୍ତା ୫ତାରିଖରେ ପ୍ରକାଶ ପାଇପାରେ ମାଟ୍ରିକ୍‌ ରେଜଲ୍ଟ । ଏନେଇ ଆସନ୍ତାକାଲି ବିଧିବଦ୍ଧ ଭାବେ ହୋଇପାରେ ଘୋଷଣା । ପୂର୍ବରୁ ଗଣଶିକ୍ଷା ମନ୍ତ୍ରୀ ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ । ତେବେ ଚଳିତବର୍ଷ ୫ ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଛନ୍ତି । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍ ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ଭାବେ ବାରଣ କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ କରାଯାଇଥିଲା ।