The Topmost

“The eyes believe themselves, the ears believe other people.”

୬୦ ଆସନ ପାଇଁ ଭୋଟ ଦେଉଛି ତ୍ରିପୁରା

ବିଧାନସଭା ନିର୍ବାଚନ ପାଇଁ ଭୋଟ ଦେଉଛି ତ୍ରିପୁରା । ମୋଟ ୬୦ ଆସନ ପାଇଁ କଡା ସୁରକ୍ଷାରେ ୩ ହଜାର ୩୨୮ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ସେଥିମଧ୍ୟରୁ ୧୧୦୦ ବୁଥକୁ ସମ୍ବେଦନଶୀଳ ଓ ୨୮ ମତଦାନ କେନ୍ଦ୍ରକୁ ଅତି ସମ୍ବେଦନଶୀନ ଘୋଷଣା କରାଯାଇଛି । ତ୍ରିପୁରାର ୨୮ ଲକ୍ଷରୁ ଅଧିକ ଭୋଟର ଭୋଟ ଦେଇ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୨୫୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ । ମାର୍ଚ୍ଚ ୨ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ । ଏହାପରେ ସ୍ପଷ୍ଟ ହେବ ତ୍ରିପୁରା ଜନାଦେଶ କାହାକୁ ମିଳୁଛି । ଚଳିତ ନିର୍ବାଚନରେ ତ୍ରିମୁଖୀ ଲଢେଇ ହେଉଛି । ବିଜେପି ଓ ଆଇପିଏଫଟି, କଂଗ୍ରେସ ଓ ବାମ ଦଳ ମେଂଟ ସହ ଆଂଚଳିକ ଦଳ ଟିପରା ମୋଥା ମଧ୍ୟରେ କଡା ଟକ୍କର ହେବ ବୋଲି କୁହାଯାଉଛି । ବିଶେଷ କରି ଚଳିତ ନିର୍ବାଚନରେ ସ୍ପଷ୍ଟ ଜନମତ ପାଇଁ ପୁଣିଥରେ କ୍ଷମତାସୀନ ହେବା ବିଜେପି ପାଇଁ ବଡ ଚାଲେଞ୍ଜ ।