୬୫୦ କୋଟି ବିନିମୟରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ । ନାଇଜର ଭୁବନେଶ୍ୱର ଠାରେ ଭାରତ ସରକାରଙ୍କ ଅଟୋମିକ ଏନର୍ଜି ମନ୍ତ୍ରଣାଳୟ ଓ ଟାଟା ଟ୍ରଷ୍ଟ ସହଯୋଗରେ ଏହି ହସ୍ପିଟାଲ ନିର୍ମାଣ କରାଯିବ । ନୂଆଦିଲ୍ଲୀରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀ ଡାକ୍ତର ଜିତେନ୍ଦ୍ର ସିଂହଙ୍କ ସହ ଆୟୋଜିତ ବୈଠକରେ ଏନେଇ ଆଲୋଚନା ହୋଇଛି । ଏହି ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ନିର୍ମାଣରେ ଭାରତ ସରକାର ୪୦୦ କୋଟି ଓ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ଖର୍ଚ୍ଚ କରିବେ । ଏଥିପାଇଁ ନାଇଜର ୧୭ ଏକର ଜମି ଦେଇସାରି ଥିବାବେଳେ ଅତିରିକ୍ତ ୧୦ଏକର ଜମି ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଯୋଗାଇଦେବ । ଏହି କ୍ୟାନସର ହସ୍ପିଟାଲକୁ ଟାଟା ଟ୍ରଷ୍ଟ ନିର୍ମାଣ କରିବା ପରେ ଭାରତ ସରକାରଙ୍କୁ ହସ୍ତାନ୍ତର କରିବେ । ତେବେ ଆଗାମୀ ୩ ବର୍ଷ ମଧ୍ୟରେ ହସ୍ପିଟାଲ ନିର୍ମାଣ କାମ ଶେଷ ହେବ । ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ, ଟାଟା ମେମୋରିଆଲ ସେଣ୍ଟରର ଅଧିକାରୀ ଓ ଅନ୍ୟ ମନ୍ତ୍ରଣାଳୟର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା