ଖସୁଛି ପାରଦ, ବଢୁଛି ଶୀତ । ରାଜ୍ୟରେ ୬ସହରରେ ତାପମାତ୍ରା ୧୦ଡିଗ୍ରୀରୁ ତଳେ । ସୁନ୍ଦରଗଡ଼ କୋରେଇରେ ସର୍ବନିମ୍ନ ତାପମାତ୍ରା ୮.୩ ଡିଗ୍ରୀ ରେକର୍ଡ । ଶୀତ ଦାଉରୁ ରକ୍ଷା ପାଇଁ ନିଆଁ ପୁଇଁ ହେବା ସହ ବିଭିନ୍ନ ପନ୍ଥା ଆପଣାଉଛନ୍ତି ଲୋକେ । ଆଜିଠୁ ରାତି ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବା ସହ ଶୀତ କମିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ । ଗତ ୨୪ଘଣ୍ଟା ମଧ୍ୟରେ କୋରେଇରେ ୮.୩ ଡିଗ୍ରୀ, କନ୍ଧମାଳ ଜି. ଉଦୟଗିରିରେ ୮.୫, କୋରାପୁଟରେ ୯.୫, ଭଦ୍ରକ ରାଣୀତାଲରେ ୯.୬ ଏବଂ ରାଉରକେଲାରେ ୯.୮ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି । ଆଜିଠୁ ରାଜ୍ୟରେ ପଶ୍ଚିମା ବାୟୁ ପ୍ରବାହ କାରଣରୁ କିଛି ସ୍ଥାନରେ ବର୍ଷା ହେବା ସହିତ କୁହୁଡିର ସମ୍ଭାବନା ରହିଛି । ଫଳରେ ଆଜିଠୁ ରାତି ତାପମାତ୍ରାରେ ବୃଦ୍ଧି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
“The eyes believe themselves, the ears believe other people.”
More Stories
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍