ଅବିଶ୍ରାନ୍ତ ବର୍ଷା ଯୋଗୁଁ ୮ ଜିଲ୍ଲାରେ ସ୍କୁଲ ବନ୍ଦ । କେନ୍ଦୁଝର, ବଲାଙ୍ଗୀର, କଳାହାଣ୍ଡି, ଢେଙ୍କାନାଳ, ନୂଆପଡ଼ା ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ସେହିପରି ସମ୍ବଲପୁର, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଲଗାଣ ବର୍ଷ ଯୋଗୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ପାଇଁ ଜିାଲ୍ଲପାଳ ଘୋଷଣା କରିଛନ୍ତି । ବାଂଲାଦେଶ ଉପକୂଳ ଅତିକ୍ରମ କରିଛି ଗଭୀର ଅବପାତ । ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଏହା ଘଣ୍ଟା ପ୍ରତି ୨୭ କିଲୋମିଟର ବେଗରେ ଗତି କରୁଛି । ଆଜି ଏହା ଗାଙ୍ଗେୟ ଉପତ୍ୟକା ଅତିକ୍ରମ କରି ପରେ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ସହିତ ଘଣ୍ଟା ପ୍ରତି ୫୫ରୁ ୬୫ କିଲୋମିଟର ବେଗରେ ପବନ ବହୁଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା