ଆଜିଠୁ ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଉପକୂଳ ଜିଲ୍ଲାଗୁଡିକ ସମେତ ନୟାଗଡ଼, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ହୋଇପାରେ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜାରି ରହିଛି ବର୍ଷା । କାଲି ଅତିପ୍ରବଳ ବର୍ଷା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ଗଞ୍ଜାମ, ଗଜପତି, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୫ ଓ ୬ ତାରିଖରେ ମଧ୍ୟ ପ୍ରବଳ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା