ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । ଚୂଡାନ୍ତ ହେବ ଭବିଷ୍ୟତ କାର୍ଯ୍ୟପନ୍ଥା । ଶନିବାର ରାଜ୍ୟ କାର୍ଯ୍ୟାଳୟରେ ଦଳର ରାଜ୍ୟ ପ୍ରଭାରୀ, ରାଜ୍ୟ ପଦାଧିକାରୀ ଓ ଜିଲ୍ଲା ସଭାପତିମାନଙ୍କର ବୈଠକ ବସି ରାଜ୍ୟ ସରକାରଙ୍କ ଅପାରଗପଣିଆକୁ ଫୋକସ୍ କରାଯିବା ସହ ରାଜ୍ୟର ସାମ୍ପ୍ରତିକ, ରାଜନୀତିକ ଓ ସାଂଗଠନିକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି । ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଡଃ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି ଯେ, ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପଦାଧିକାରୀମାନଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ପ୍ରସଙ୍ଗ ନେଇ ରାଜ୍ୟ ସରକାରଙ୍କୁ ଘେରିବାକୁ ବିଜେପି ରଖିଛି ଯୋଜନା । ଆଜି ହେବାକୁ ଥିବା ପୂର୍ଣ୍ଣାଙ୍ଗ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ବିଭିନ୍ନ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରାଯାଇ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି