ଆଜିଠୁ ଆନନ୍ଦବଜାର ସୁରକ୍ଷା ଦାୟିତ୍ୱରେ ନିୟୋଜିତ ଅବସରପ୍ରାପ୍ତ ସେନା ଅଧିକାରୀ । ସାଧା ପୋଷାକରେ ୨୦ ଜଣ ମୁତୟନ । ଦୁଇଟି ସିଫ୍ଟରେ କରିବେ କାମ। ଶ୍ରୀମନ୍ଦିର କାର୍ୟ୍ୟାଳୟ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ନିଯୁକ୍ତି ମିଳିଥିବା ନେଇ ଖବର ପ୍ରକାଶ ପାଇବା ପରେ ଆକ୍ସନ ମୋଡକୁ ଆସିଛି ଶ୍ରୀମନ୍ଦିର ପ୍ରଶାସନ।
ସମସ୍ତ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ବିଦା କରିଛି ମନ୍ଦିର ପ୍ରଶାସନ। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ପୂର୍ବ ସରକାରରେ ବାରମ୍ବାର ପୁନଃ ନିଯୁକ୍ତି ହେବା ଫଳରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ନିଯୁକ୍ତି ସୁଯୋଗ ମଧ୍ୟ ଠପ୍ ହୋଇଯାଇଥିଲା। ଏବେ ବିଜେପି ସରକାର ଏ ନିଯୁକ୍ତି ପ୍ରକ୍ରିୟାରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି।
More Stories
ସବୁ ସ୍କୁଲରେ ଖୋଲିବ ଶିଶୁ ବାଟିକା
ଭିତିରିଆ ଚାଲିଥିଲା ପାର୍ଟ ରେଜିଷ୍ଟ୍ରେସନ, ସମ୍ପୃକ୍ତ ଥିଲେ ମହିଳା କର୍ମଚାରୀ
4 ଡିଗ୍ରି ଶୀତରେ ଥରୁଛି ସାରା କନ୍ଧମାଳ