ଆହୁରି ୩ ଦିନ ପ୍ରବଳ ବର୍ଷିବ। ଓଡ଼ିଶାର ଚତୁପାର୍ଶ୍ବରେ ୩ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଦକ୍ଷିଣ ବାଂଲାଦେଶ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଥିବା ବେଳେ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଉ ଏକ ଘୂର୍ଣ୍ଣିବଳୟ ପୂର୍ବ ବାଂଲାଦେଶ ଉପରେ ଅବସ୍ଥିତ ରହିଛି। ଏହାର ପ୍ରଭାବରେ ଆଜିଠୁ ବଢିବ ବର୍ଷା ପରିମାଣ । ଆଜି ପ୍ରବଳ ବର୍ଷା ନେଇ ୯ଜିଲ୍ଲା ଓ ୧୫ତାରିଖରେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୮ ପରେ କମିବ ବର୍ଷାର ପରିମାଣ ।
ଗତ ୨୪ ଘଣ୍ଟାରେ ଗଂଜାମ ଜିଲ୍ଲାରେ ସର୍ବାଧିକ ବର୍ଷା ୫୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏବେବି ରାଜ୍ୟରେ ୧୧ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୭୧୩.୩ ମିମି ବର୍ଷା ସ୍ୱାଭାବିକ ରହିବା କଥା। ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରହିଛି।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍