The Topmost

“The eyes believe themselves, the ears believe other people.”

4 ମେଘ ହେବେ ଏକାଠି, ଲଗାତାର 4 ଦିନ ବର୍ଷିବ

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାରର ଦକ୍ଷିଣ ଉପକୂଳ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ପଶ୍ଚିମ-ଉତ୍ତର ଦିଗରେ ଗତି କରୁଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ୨୬ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି ।

୨୩ ତାରିଖରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୪ରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ନବରଙ୍ଗପୁରରେ ୭୦ରୁ ୧୧୦ ମିମି ବର୍ଷା ହୋଇପାରେ ।

୨୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୨୬ରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ରବିବାର ବୌଦ୍ଧରେ ସର୍ବାଧିକ ୬୪.୪ମିମି ବର୍ଷା ହୋଇଛି । ଭୁବନେଶ୍ୱରରେ ୧୫.୨ ଓ ନୂଆପଡ଼ାରେ ୧୪.୪ମିମି ବର୍ଷା ହୋଇଛି ।