5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କୁ ଭେଟିଲେ ଉତ୍ତରାଖଣ୍ଡ ଉତ୍ତରକାଶୀ ଟନେଲରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟ। ନବୀନ ନିବାସ ଯାଇ ଭି.କେ ପାଣ୍ଡିଆନଙ୍କୁ ଭେଟିଛନ୍ତି ପରିବାର ଲୋକେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଶ୍ରମିକଙ୍କ ପରିବାର ସଦସ୍ୟଙ୍କୁ ରାଜ୍ୟ ସରକାର ଉତ୍ତରକାଶୀକୁ ନେଇଛନ୍ତି । ସେମାନେ ହେଲେ ନବରଙ୍ଗପୁର ଜିଲ୍ଲାର ଫୁଲଚାନ୍ଦ ଭତ୍ରା, ମୟୁରଭଂଜ ଜିଲ୍ଲାର ବିମଳା ନାୟକ, ଚିତ୍ତରଂଜନ ନାୟକ। ପୂର୍ବରୁ ଅନ୍ୟ ଦୁଇ ଶ୍ରମିକଙ୍କ ପରିବାର ଉତ୍ତରକାଶୀରେ ପହଞ୍ଚି ସାରିଛନ୍ତି। ଏହାଦ୍ବାରା ଉଦ୍ଧାର ପରେ ଫସି ରହିଥିବା ଶ୍ରମିକମାନେ ସେମାନଙ୍କ ପରିବାର ବର୍ଗଙ୍କୁ ଭେଟି ପାରିବେ। ଦୀର୍ଘ ୧୩ ଦିନ ଧରି ଉତ୍ତରକାଶୀର ଏକ ନିର୍ମାଣାଧୀନ ଟନେଲ ମଧ୍ୟରେ ୪୧ ଜଣ ଶ୍ରମିକ ଫସି ରହିଛନ୍ତି । ଏଥିରେ ଓଡିଶାର ୫ ଜଣ ଶ୍ରମିକ ରହିଛନ୍ତି । ଏହି ଶ୍ରମିକ ମାନେ ହେଲେ, ଭଦ୍ରକ ଜିଲ୍ଲାର ତପନ ମଣ୍ଡଳ, ନବରଙ୍ଗପୁରର ଭଗବାନ ଭତ୍ରା ଏବଂ ମୟୁରଭଂଜର ବିଶେଶ୍ବର ନାୟକ, ଧୀରେନ ନାୟକ ଓ ରାଜୁ ନାୟକ । ଶ୍ରମିକଙ୍କ ପରିବାର ସଦସ୍ୟ 5T ଅଧ୍ୟକ୍ଷଙ୍କୁ ନବୀନ ନିବାସରେ ସାକ୍ଷାତ କରିଥିଲେ। 5T ଅଧ୍ୟକ୍ଷ ସେମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଆ ଶ୍ରମିକଙ୍କ ସୁରକ୍ଷା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଜଣାଇଥିଲେ । ରାଜ୍ୟ ସରକାରଙ୍କ ଅଫିସର ଓ ସ୍ବତନ୍ତ୍ର ଟିମ୍ ଉଦ୍ଧାରସ୍ଥଳୀକୁ ଯାଇଛନ୍ତି ଏବଂ ଉଦ୍ଧାରକାରୀ ଦଳ ସହିତ ନିୟମିତ ଯୋଗାଯୋଗରେ ଅଛନ୍ତି । ଆମର ସବୁ ଶ୍ରମିକ ସୁରକ୍ଷିତ ଅଛନ୍ତି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ ଘଟଣା ସଂପର୍କରେ ସଂପୂର୍ଣ୍ଣ ଅବଗତ ଅଛନ୍ତି ଏବଂ ଶ୍ରମିକଙ୍କ ନିରାପତ୍ତା ଓ ଉଦ୍ଧାର କାର୍ଯ୍ୟ ସଂପର୍କରେ ନିୟମିତ ଖବର ନେଉଛନ୍ତି ବୋଲି ଶ୍ରମିକଙ୍କ ପରିବାର ସଦସ୍ୟଙ୍କୁ କହିଛନ୍ତି 5T ଅଧ୍ୟକ୍ଷ । ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ ହୋଇଛି ଏବଂ ଖୁବଶୀଘ୍ର ସେମାନେ ପରିବାରକୁ ଫେରି ଆସିବେ ବୋଲି 5T ଅଧ୍ୟକ୍ଷ ଆଶ୍ବାସନା ଦେଇଥିଲେ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ