ଆସନ୍ତା ୫ ତାରିଖରୁ ବସିବ ଷୋଡଶ ବିଧାନସଭାର ୧୫ ତମ ଅଧିବେଶନ । ଫେବୃଆରୀ ୫ରୁ ୧୩ ପର୍ଯ୍ୟନ୍ତ ଅଧିବେଶନ ଚାଲିବ । ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି । କାମଚଳା ବଜେଟ ମଧ୍ୟ ରହିଛି । ଅଧିବେଶନକୁ ସୁରୁଖୁରୁରେ ଶେଷ କରିବା ପାଇଁ ଆସନ୍ତା ୪ ତାରିଖ ଦିନ ସର୍ବଦଳୀୟ ବୈଠକ ବସିବ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସୁଥିବା ସର୍ବଦଳୀୟ ବୈଠକରେ ଶାସକ ଓ ବିରୋଧିଙ୍କ ସହଯୋଗ ଲୋଡିବେ ବାଚସ୍ପତି ।
ସେପଟେ ବିଧାନସଭା ଅଧିବେଶନ ପାଇଁ ଆସନ୍ତା ୫ ତାରିଖ ଦିନ ବିଜେଡି ବିଧାୟକ ଦଳ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ବୈଠକ ବସିବ । କେଉଁ କେଉଁ ପ୍ରସଙ୍ଗକୁ ଗୃହରେ ଶାସକ ଦଳ ଉଠାଇବ, ସେନେଇ ରଣନୀତି ପ୍ରସ୍ତୁତ କରାଯିବ । ଏହାସହ ବିରୋଧୀ ମାନେ ଯେଉଁ ପ୍ରସଙ୍ଗ ଉଠାଇବେ ତାର ଗଠନ ମୂଳକ ଜବାବ ଦେବା ପାଇଁ ବୈଠକରେ ଆଲୋଚନା କରାଯିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା