The Topmost

“The eyes believe themselves, the ears believe other people.”

7 ଦିନିଆ ରିମାଣ୍ଡ ଆବେଦନ କରିବ କ୍ରାଇମବ୍ରାଞ୍ଚ

ନବ ଦାସଙ୍କୁ ଗୁଳି କରି ହତ୍ୟା କରିଥିବା ଅଭିଯୁକ୍ତ ଏଏସଆଇ ଗୋପାଳ ଦାସଙ୍କୁ କୋର୍ଟ ଚାଲଣ କରାଯାଇଛି । କୋର୍ଟରେ ୭ ଦିନିଆ ରିମାଣ୍ଡ ପାଇଁ ଆବେଦନ କରିବ କ୍ରାଇମବ୍ରାଂଚ । ଅନ୍ୟପଟେ କ୍ରାଇମ୍ବ୍ରାଂଚ ଏଡିଜି ଅରୁଣ ବୋଥ୍ରା ଓ ତାଙ୍କ ଟିମ୍ ଘଟଣା ସ୍ଥଳରେ କ୍ୟାମ୍ପ କରି ତଦନ୍ତକୁ ଆଗକୁ ବଢ଼ାଉଛନ୍ତି । ତଦନ୍ତ ବେଳେ ପ୍ରତ୍ୟକ୍ଷଦର୍ଶୀ ଓ ଅନ୍ୟ ଜଣେ ବ୍ୟକ୍ତିଙ୍କ ଠାରୁ ତଥ୍ୟ ସଂଗ୍ରହ କରାଯାଇଛି । ତଦନ୍ତକାରୀ ଟିମ୍ ଅଭିଯୁକ୍ତ ବ୍ୟବହାର କରିଥିବା ଗୋଟିଏ ୯ ଏମ୍ଏମ୍ ପିସ୍ତଲ ଓ ୩ ରାଉଣ୍ଡ ଅଫୁଟା ଗୁଳି, ଗୋଟିଏ ମୋବାଇଲ୍ ହ୍ୟାଣ୍ଡସେଟ୍ ଜବତ କରାଯାଇଛି । ବନ୍ଧୁକ ଓ ଗୁଳିକୁ ବାଲିଷ୍ଟିକ୍ ପରୀକ୍ଷା ପାଇଁ ପଠାଯାଇଛି । ଏଡିଜି ଅରୁଣ ବ୍ରୋଥା କହିଛନ୍ତି, ସତ ମାନିନେଇଛି ଅଭିଯୁକ୍ତ । ଅନ୍ୟପଟେ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସରକାର । କାର୍ଯ୍ୟରତ ବିଚାରପତି କିମ୍ବା ଅବସରପ୍ରାପ୍ତ ବିଚାରପତି କିମ୍ବା ଜିଲ୍ଲା ଜଜ୍ଙ୍କୁ ତଦନ୍ତର ତଦାରଖ କରିବାକୁ ଅନୁରୋଧ କରାଯାଇଛି । ରାଜ୍ୟ ସରକାର କହିଛନ୍ତି, ପୁଲିସ କର୍ମଚାରୀ ଅଭିଯୁକ୍ତ ହୋଇଥିବାରୁ ତଦନ୍ତରେ ସ୍ୱଚ୍ଛତା ରହିବା ଆବଶ୍ୟକ ।