ଶୁକ୍ରବାର ଦିନ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସୋଆର କୁଳାଧିପତି ପ୍ରଫେସର (ଡଃ) ଅମିତ ବାନାର୍ଜୀ ଜାତୀୟ ପତାକା ଉତୋଳନ କରି ଛାତ୍ରଛାତ୍ରୀମାନଙ୍କୁ ରାଷ୍ଟ୍ର ନିର୍ମାଣ ପ୍ରକ୍ରିୟାରେ ସହଯୋଗ କରିବାକୁ ପରାମର୍ଶ ଦେଇଥିଲେ । ରାଷ୍ଟ୍ର ନିର୍ମାଣ ପ୍ରକ୍ରିୟାରେ ଭାରତର ନାଗରିକମାନେ, ବିଶେଷକରି ଯୁବଶକ୍ତି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ଏବଂ ଏହାକୁ ଗଠନ କରିବାର ଶକ୍ତି ସେମାନଙ୍କ ପାଖରେ ଅଛି ବୋଲି ପରେଡରେ ଅଭିବାଦନ ଗ୍ରହଣ କରି ସେ କହିଥିଲେ । ବିଶ୍ୱବିଦ୍ୟାଳୟର ଷ୍ଟାଡିୟମ୍ରେ ଆୟୋଜିତ ସମାରୋହରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ବିଭିନ୍ନ ଅନୁଷ୍ଠାନର ଡିନ୍, ନିର୍ଦ୍ଦେଶକ, ଛାତ୍ର ଏବଂ ଅଧିକାରୀମାନେ ଉପସ୍ଥିତ ଥିଲେ । ସୋଆ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସୋଆର ସ୍ପୋର୍ଟ୍ସ ଅଫିସର ଶ୍ରୀମତି ସୁନିତା ବର୍ମାଙ୍କ ସମେତ ଏହା ଅଧିନରେ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ଏନ୍ସିସ କ୍ୟାଡେଟ, ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀ, ସୋଆ ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ କଲେଜ ଏବଂ ସିକ୍ୟୁରିଟି ୱିଙ୍ଗ ଅଂଶଗ୍ରହଣ କରିଥିଲେ । ପ୍ୟାରେଡରେ ଉତ୍କର୍ଷତା ନିମନ୍ତେ ଯୁକ୍ତ ଦୁଇ ବିଜ୍ଞାନ କଲେଜ, ଇନ୍ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍) ଏବଂ ଏନ୍ଏସ୍ଏସ୍କୁ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ପୁରସ୍କାର ପ୍ରଦାନ କରାଯାଇଥିଲା ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି