The Topmost

“The eyes believe themselves, the ears believe other people.”

କଟକରେ ପାଳିତ ହେବ ଆଇକନିକ ସପ୍ତାହ

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜନ୍ମବାର୍ଷିକୀ ଉପଲକ୍ଷେ ପାଳନ ହେବ ଆଇକନିକ୍ ସପ୍ତାହ ।  କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ବରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରାଳୟ ପକ୍ଷରୁ ୧୭ରୁ ୨୩ ଜାନୁଆରି ୨୦୨୩ ପର୍ଯ୍ୟନ୍ତ ଦେଶର ବିଭିନ୍ନ ସ୍ଥାନରେ ଆଇକନିକ ସପ୍ତାହ ପାଳନ କରାଯାଉଛି । ଜାନୁଆରି ୨୦ ତାରିଖରେ ନେତାଜୀଙ୍କ ଜନ୍ମସ୍ଥାନ ଐତିହାସିକ କଟକ ସହରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ । ସିଆରପିଏଫ, ଆଇଟିବିପି ଏବଂ ରାଜ୍ୟ ସରକାରଙ୍କ ମିଳିତ ଆନୁକୁଲ୍ୟରେ ନେତାଜୀଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଏକାଧିକ କାର୍ଯ୍ୟକ୍ରମ ଆୟୋଜନ ଲାଗି ଯୋଜନା ପ୍ରସ୍ତୁତ କରାଯାଇଛି ।

SHARE BY