The Topmost

“The eyes believe themselves, the ears believe other people.”

ଓସମାନ୍ ଚୌଧୁରୀକୁ ଏନକାଉଣ୍ଟର

ଉତ୍ତରପ୍ରଦେଶର ପ୍ରୟାଗରାଜରେ ହୋଇଥିବା ବହୁ ଚର୍ଚ୍ଚିତ ଉମେଶ ପାଲ ହତ୍ୟାକାଣ୍ଡର ଅନ୍ୟତମ ଅଭିଯୁକ୍ତ ଓସମାନ ଚୌଧୁରୀକୁ ଏନକାଉଣ୍ଟର କରିଛି ପୋଲିସ୍‌ । ଓସମାନ ହିଁ ପ୍ରଥମେ ଉମେଶ ପାଲକୁ ଗୁଳି ମାରିଥିବା ଜଣାଯାଇଛି । ଏହା ପୂର୍ବରୁ ଏହି ଘଟଣାର ଅନ୍ୟତମ ଅଭିଯୁକ୍ତ ଅରବାଜକୁ ଏନକାଉଣ୍ଟର କରି ସାରିଛି ପୋଲିସ୍‌ । ପ୍ରୟାଗରାଜର କୌନ୍ଧିଆରା ଅଞ୍ଚଳରେ ଓସମାନ ଲୁଚି ଥିବା ସୂଚନା ପାଇ ପୋଲିସ୍‌ ଚଢ଼ାଉ କରିଥିଲା । ଏହି ସମୟରେ ଓସମାନ ଖସି ଯିବାକୁ ଚେଷ୍ଟା କରୁଥିବା ବେଳେ ପୋଲିସ୍‌ ତାକୁ ଟାର୍ଗେଟ କରି ଗୁଳି ଚଳାଇଥିଲା । ଏହାପରେ ଗୁରୁତର ଅବସ୍ଥାରେ ପୋଲିସ୍‌ ତାକୁ ଏସ୍‌ଆରଏନ୍‌ ହସ୍ପିଟାଲରେ ଭର୍ତ୍ତି କରିଥିବା ବେଳେ ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ ।

SHARE BY