ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ । ମାର୍ଚ୍ଚ ୨୦ ଯାଏଁ ଚାଲିବ ମାଟ୍ରିକ ଦ୍ଵିତୀୟ ସମ୍ମେଟିଭ ପରୀକ୍ଷା। ଚଳିତ ଥର ୫ଲକ୍ଷ ୪୧ ହଜାର ୨୪୭ ଛାତ୍ରଛାତ୍ରୀ ୩ହଜାର ୨୧୮ ସେଣ୍ଟରରେ ମାଟ୍ରିକ ପରୀକ୍ଷା ଦେବେ। ୨୨ଟି ପୋଲିସ ଷ୍ଟେସନକୁ ମିଶାଇ ହୋଇଥିବା ୩୧୬ ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି। ସେଠାରୁ ପ୍ରତିଦିନ ସକାଳେ ପୋଲିସ ସୁରକ୍ଷା ସହ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯିବ। ଚଳିତ ଥର କପି ରୋକିବାକୁ ବିଶେଷ ପଦକ୍ଷେପ ନିଆଯାଇଛି। ପୂର୍ବରୁ ସ୍କ୍ୱାଡ ଚେକିଂ ପାଇଁ ଆସୁଥିଲେ। ଏଥର ସ୍ୱତନ୍ତ୍ର ସ୍କ୍ୱାଡ ଗଠନ କରାଯାଇଛି। ସ୍କୁଲ ଗୁଡିକରେ ସିସିଟିଭି ବ୍ୟବସ୍ଥା କରାଯାଇଛି। ଖରା ପାଇଁ ସକାଳ ୮ରୁ ୧୦ ଯାଏଁ ପରୀକ୍ଷା ହେବ। ସକାଳ ୭ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ଏଣ୍ଟ୍ରି କରିବାକୁ ହେବ। ୫୭ଟି କେନ୍ଦ୍ରୀୟ ସ୍କ୍ୱାଡ ଚେକିଂ ପାଇଁ ଗଠନ କରାଯାଇଛି ।
More Stories
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍