ଆସୁଛି ଆଉ ଏକ ପଶ୍ଚିମାଝଡ଼ । ଆଗାମୀ ୪ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ଝଡ଼ ପବନ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲିଠୁ ଓଡ଼ିଶାରେ ପଶ୍ଚିମାଝଡ଼ର ପ୍ରଭାବ ଦେଖିବାକୁ ମିଳିବ । କାଲି ଦକ୍ଷିଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରଭାବ ପଡ଼ିବ । ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼, ପୁରୀ ସମେତ ପାର୍ଶ୍ବବର୍ତୀ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ । ତେବେ ୨୭ ତାରିଖରୁ ବଢ଼ିବ ବର୍ଷାର ବିସ୍ତୃତି ଓ ପରିମାଣ । ୨୭ରେ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ